କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ଦାବି, ୧୨ ଘଣ୍ଟିଆ ଅବରୋଧ
କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ଦାବିରେ ମିଳିତ କ୍ରିୟାନୁଷ୍ଠାନ କମିଟି ଆନ୍ଦୋଳନକୁ ଓହ୍ଲାଇଛି । କମିଟି ପକ୍ଷରୁ ୧୨ ଘଣ୍ଟିଆ ଅର୍ଥନୈତିକ ଅବରୋଧର ଡାକରା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଶନିବାର ସକାଳ ୬ଟାରୁ କଟକ-ଚାନ୍ଦବାଲି ରାସ୍ତାର ଦୁହୁରିଆ ଛକ ଠାରେ ରାଜ୍ୟ ରାଜପଥ ଓ ଦୈତାରୀ-ପାରାଦୀପ୍ ଜାତୀୟ ରାଜପଥ ଅବରୋଧ କରାଯାଇଛି ।
ଶତାଧିକ ଆନ୍ଦୋଳନକାରୀ ରାସ୍ତା ଉପରେ ବସି ରହି ନାରାବାଜି କରୁଛନ୍ତି । ଜିଲାରେ ସ୍ୱାସ୍ଥ୍ୟସେବାକୁ ଉନ୍ନତ କରିବା ପାଇଁ ଏକ ମେଡିକାଲ୍ କଲେଜ୍ ଓ ହସ୍ପିଟାଲ୍ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବାକୁ ଦାବି ହୋଇଛି । ଆନ୍ଦୋଳନକାରୀମାନେ ରେଳରୋକ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଦାବିରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସେପ୍ଟେମ୍ବର ୫ ତାରିଖରୁ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଜାରି ରହିଛି ।