ରାଜଧାନୀରେ ୧୫ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଂଚଳରୁ ସୋମବାର ମୋଟ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନେ ସମସ୍ତେ ସ୍ଥାନୀୟ ସଂକ୍ରମିତ ହୋଇଥିବା ବିଏମ୍ସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ଅପରପକ୍ଷରେ ୨୪ ଘଂଟାରେ ଆଉ ୨୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରରେ ଏବେ ସୁଦ୍ଧା ୧ ଲକ୍ଷ ୬୫ ହଜାର ୫୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିରୁ ୧ ଲକ୍ଷ ୬୩ ହଜାର ୬୫୪ ଜଣ ସୁସ୍ଥ ହୋଇଛନ୍ତି । ମୋଟ ୧୧୯୮ ଜଣ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୭୦୦ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି । ଗତକାଲି ଭୁବନେଶ୍ୱରରେ ୪୭ ପଜିଟିଭ୍ ଚିହ୍ନଟ ହୋଇଥିଲେ ।