ରାଜ୍ୟରେ ଆଉ ୨ କରୋନା ସଂକ୍ରମିତ ମୃତ

ଭୁବନେଶ୍ୱର : ରଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ମଙ୍ଗଳବାର ଗତ ୨୪ ଘଂଟା ମଧ୍ୟରେ ୧୭୮୪ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକ ଦୁଇ ଜଣ ନୂଆପଡା ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧୯୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୩,୫୩,୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୫୦୩ ଜଣ ସକ୍ରିୟ ମାମଲା ରହିଥିବା ବେଳେ ୩,୪୦,୬୦୦ଜଣ ସୁସ୍ଥ ହୋଇଛନ୍ତି । ସେହିପରି କରୋନାରେ ୧୯୩୦ ଜଣଙ୍କର ମୃତ୍ୟୁ ହୋଇଥିବା ୫୩ ଜଣଙ୍କର ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।