ବିହାରରେ ବଜ୍ରପାତରେ ୩୩ ମୃତ୍, ଟ୍ୱିଟ୍ କରି ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ
ପାଟନା : ୧୬ଟି ଜିଲାରେ କାଳବୈଶାଖୀ ଓ ବଜ୍ରପାତରେ ୩୩ ଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ଶୁକ୍ରବାର ଅପରାହ୍ନରେ ବିହାରର କେତେକ ଜିଲାରେ କାଳବୈଶାଖୀ ତାଣ୍ଡବ ରଚିଥିଲା । ଯେଉଁଥିରେ ୩୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବିହାରର ଭାଗଲପୁରରେ ସର୍ବାଧିକ ୭ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୁଜାଫରପୁରରେ ୬ଜଣ ରହିଛନ୍ତି ।
ତେବେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଟ୍ୱିଟ୍ କରି ଏନେଇ ଦୁଃଖ ପ୍ରକାଶ କରିଛନ୍ତି । ଜନତାଙ୍କୁ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘରୁ ନ ବାହାରିବା ପାଇଁ ଅପିଲ କରିଛନ୍ତି । ମୃତକ ଓ ଶୋକସନ୍ତପ୍ତ ପରିବାରକୁ ଜରୁରୀକାଳୀନ ଭିତ୍ତିରେ ୪-୪ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି । ଏଥିସହିତ ବଜ୍ରପାତରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ଚିହ୍ନଟ କରାଯାଇ ସହାୟତା ପ୍ରଦାନ କରାଯିବ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।