ବାତ୍ୟା ‘ୟାସ’ର ଉଦ୍ଧାର ଓ ରିଲିଫ କାର୍ଯ୍ୟ ପାଇଁ ନୌସେନାର ୪ ଟି ଯାହାଜ ଏବଂ ବିମାନ ସଜାଗ
ନୂଆଦିଲ୍ଳୀ : ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେଉଥିବା ଲଘୁଚାପ ବଳୟ କ୍ରମଶଃ ଘନୀଭୂତ ହୋଇ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ ‘ୟାସ’ ରୂପ ନେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ଏହି ଝଡ ଉତ୍ତରପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ହୋଇ ଆସନ୍ତା ୨୬ତାରିଖ ଦିନ ଅତିକ୍ରମ କରିବା ସମ୍ଭାବନା ଅଛି। ଭାରତୀୟ ନୌସେନା ଏହି ଝଡବାତ୍ୟାର ଗତିପଥ ଉପରେ ସତର୍କ ନଜର ରଖିଛି। ପୂର୍ବ ନୌକମାଣ୍ଡ ଏବଂ ଓଡିଶା ଓ ପଶ୍ଚିମବଙ୍ଗ ଭାରପ୍ରାପ୍ତ ନୌସେନା ଅଧିକାରୀ ବାତ୍ୟା ‘ୟାସ’ ପ୍ରଭାବର ମୁକାବିଲା ନିମନ୍ତେ କାର୍ଯ୍ୟ ପନ୍ଥା ପ୍ରସ୍ତୁତ କରିଛନ୍ତି। ସେମାନେ ରାଜ୍ୟ ପ୍ରଶାସନର ଯୋଗାଯୋଗରେ ରହିବା ସହ ଆବଶ୍ୟକ ସ୍ଥଳେ ସମସ୍ତ ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଛନ୍ତି।
ପ୍ରସ୍ତୁତିର ଅଂଶବିଶେଷ ଭାବେ ୮ଟି ବନ୍ୟା ରିଲିଫ ଓ ଚାରୋଟି ଡ୍ରାଇଭିଂ ଟିମ୍ ଓଡିଶା ଓ ପଶ୍ଚିମବଙ୍ଗରେ ଉପସ୍ଥିତ ଦଳର ସହାୟତା ପାଇଁ ପ୍ରସ୍ତୁତ ରହିଛନ୍ତି। ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ମାନବିକ ସହାୟତା ଓ ବିପର୍ୟ୍ୟୟ ପ୍ରଶମନ ନିମନ୍ତେ ଚାରୋଟି ନୌସେନା ଜାହାଜ ସଜାଗ ରହିଛନ୍ତି। ନୌସେନାର ଏୟାରକ୍ରାପ୍ଟ ବିଶାଖାପାଟଣାର ଆଇଏନଏସ ଡେଗା ଓ ଚେନ୍ନାଇ ନିକଟସ୍ଥ ଆଇଏନଏସ ରାଜାଲୀ ନୌସେନା ଏୟାର ଷ୍ଟେସନଠାରେ ସମ୍ଭାବ୍ୟ ବିପଦର ମୁକାବିଲା ନିମନ୍ତେ ରିଲିଫ ସାମଗ୍ରୀ ସହ ପ୍ରସ୍ତୁତ ହୋଇରହିଛନ୍ତି। ନାଭାଲ୍ ଏୟାର ଷ୍ଟେସନ୍, ବିଶାଖାପାଟନମ ରେ ଆଇଏନଏସ ଡେଗା ଏବଂ ଚେନ୍ନାଇ ନିକଟ ଆଇଏନଏସ ରାଜଲିରେ ଅଧିକ ପ୍ରଭାବିତ ଅଞ୍ଚଳ, ଆହତଙ୍କ ସ୍ଥାନାନ୍ତର ଏବଂ ରିଲିଫ୍ ସାମଗ୍ରୀର ଏୟାରଡ୍ରପ୍ ଉପରେ ନୌସେନା ବିମାନ ପ୍ରସ୍ତୁତ ରଖାଯାଇଛି।