ଗୋଟିଏ ପରିବାରର ୮ ଜଣ କରୋନା ପିଜିଟିଭ୍, ଘୋଷଣା ହେଲା ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍
କେନ୍ଦୁଝର : କେନ୍ଦୁଝର ଜିଲ୍ଲାର ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତର ସ୍ୱାମ୍ ଶାସନର ୬ ନମ୍ବର ୱାର୍ଡ ୫୫୫ ନମ୍ବର ପ୍ଲଟ୍ କୁ ୭ ଦିନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଉକ୍ତ ଶାସନରେ ଥିବା ଗୋଟିଏ ପରିବାରର ୮ ଜଣ କରୋନା ପଜିଟିଭ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି।
ଏପରି ଖବର ଆସିଛି କେନ୍ଦୁଝର ଜିଲ୍ଲାର ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତର ସ୍ବାମ୍ ଶାସନର ୬ ନମ୍ବର ୱାର୍ଡ ୫୫୫ ନମ୍ବର ପ୍ଲଟ୍ ରୁ । ଯାହାଫଳରେ ପ୍ରଶାସନ ପକ୍ଷରୁ ୭ ଦିନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। । ସମସ୍ତ ଆକ୍ରାନ୍ତଙ୍କୁ ମେଡିକାଲ ପକ୍ଷରୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ସହ ହୋମ୍ କ୍ବାରେଣ୍ଟାଇନ୍ ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଜିଲ୍ଲାରୁ ୧୦୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପାଟଣା ବ୍ଲକରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି ।