ପ୍ରବଳ ବର୍ଷା ନେଇ ୭ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବହୁ ଜିଲାରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୭ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର , ଭଦ୍ରକ , ବାଲେଶ୍ବର, କେନ୍ଦ୍ରପଡ଼ା ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଥବାରୁ ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଜଗତସିଂହପୁର , କଟକ, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନପୁର , କୋରାପୁଟ, ନବରଙ୍ଗପୁର ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଯୋଗୁଁ ଏହି ୧୧ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ବାବନା ରହିଛି। ବର୍ଷା ଯୋଗୁଁ ଖାଲୁଆ ଅଞ୍ଚଳ ଜଳମଗ୍ନ ହୋଇପାରେ । ଚଳ ପ୍ରଚଳ ବେଳେ ସର୍ତକ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି । ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଯୋଗୁଁ ବର୍ଷା ହେଉଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ବୋଲି ସୂଚନା ମିଳିଛି ।
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଓଡ଼ିଶା ମୁହାଁ ହୋଇଥିବା ସୂଚନା ରହିଛି। ଫଳରେ ଓଡ଼ିଶା ଉପରେ ଥିବା ଲଘୁଚାପ ଆଗାମୀ ୨-୩ ଦିନ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସାରା ରାଜ୍ୟରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ୧୪ ଓ ୧୫ ତାରିଖରେ ଅନେକ ପ୍ରବଳ ବର୍ଷା ହୋଇପାରେ । ସେହିପରି ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର, ଦେବଗଡ, କଳାହାଣ୍ଡି, କନ୍ଧମାଳ , ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ , କଟକ, ବରଗଡ ଓ ଝାରସୁଗୁଡା ଜିଲ୍ଲାରେ ଏବଂ ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ମଧ୍ୟରେ ମୟୁରଭଂଜ, ସୁନ୍ଦରଗଡ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ବଷା ହେବାର ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।