ଖଇରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ନବୀକରଣ କାର୍ଯ୍ୟ ଉଦ୍ଘାଟିତ
ଖଇରା : ବାଲେଶ୍ୱର ଜିଲା ଖଇରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ନବୀକରଣ ପରେ ରୋଗୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯାଇଛି । ଶୁକ୍ରବାର ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ଖଇରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ର ଏହି ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କୁ ନେଇ ସନ୍ତୋଷ ପ୍ରକାଶ କରିବା ସହ ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡା ପ୍ରଭାକର ମିଶ୍ରଙ୍କୁ ଧନ୍ୟବାଦ ଅର୍ପଣ I