ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ୭ଟି ସ୍ଥାନରେ ଚଢାଉ ଜାରି
![](https://thetruths.in/wp-content/uploads/2022/02/Vigilance-Raid.jpg)
ବାଲେଶ୍ୱର : ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ବାଲେଶ୍ୱର ପୂର୍ତ୍ତ ଡିଭିଜନ-୨ର ସହକାରୀ ଯନ୍ତ୍ରୀ ଅଜୟ ସେନାପତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ ହୋଇଛି । ବାଲେଶ୍ୱର, ପୁରୀ ସମେତ ୭ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ଟିମ୍ । ଏ ନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
ଭୁବନେଶ୍ୱର ଭିଜିଲାନ୍ସ ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ୪ ଜଣ ଡିଏସ୍ପି, ୧୦ ଇନ୍ସପେକ୍ଟର, ୨ ସବ୍-ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ ଚାଲିଛ । ପୁରୀ, ଏକକାଳୀନ ଏବଂ ଖୋର୍ଦ୍ଧା ଜିଲାର ନିମ୍ନଲିଖିତ ସ୍ଥାନରେ ଏହି ଚଢ଼ଉ ଚାଲିଛି । ପୁରୀର ହରିଚଣ୍ଡୀ ସାହିର, ଦାମୋଦର ରୋ, ମଦନମୋହନ ଲେନ୍ରେ ଅବସ୍ଥିତ ଅଜୟ କୁମାର ସେନାପତିଙ୍କ ଆବାସିକ ଘର, ଅନନ୍ ପାମ୍ ବିଚର ଦ୍ୱିତୀୟ ମହଲାରେ ଥିବା ୨୦୬୩ ନମ୍ବର ଫ୍ଲାଟ୍, ବାଲେଶ୍ୱରର ସରକାରୀ କ୍ୱାର୍ଟର, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ଆର୍ଆଣ୍ଡବି) ଡିଭିଜନ୍-୨, ବାଲେଶ୍ୱରରେ ଥିବା ଶ୍ରୀ ସେନାପତିଙ୍କ ଅଫିସ୍ ରୁମ୍, ଖୋର୍ଦ୍ଧାର ବାଲୁଗାଁରେ ଦୁଇ ମହଲା କୋଠା, ବାଣପୁରର ଭାଗବତ ସାହିରେ ଥିବା ପୈତୃକ ଘର ଟଟାଙ୍ଗୀରେ ଥିବା ଶ୍ରୀ ସେନାପତିଙ୍କ ସମ୍ପର୍କୀୟଙ୍କ ଘରେ ଚଢ଼ଉଜାରି ରହିଛି । ଏନେଇ ଅଧିକ ତଥ୍ୟ ପାଇଁ ଅପେକ୍ଷା କରାଯାଇଛି ।