ରାଜ୍ୟରେ ଆଜି ସର୍ବାଧିକ ୫୨ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୮୦୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ ବରଗଡ, ଗଞ୍ଜାମ, କଳାହାଣ୍ଡି, ପୁରୀ, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦ୍ରାପଡାରୁ ୪ଜଣ, କଟକ, କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଝାରସୁଗୁଡା, କେନ୍ଦୁଝର, ନୟାଗଡ, ନୂଆପଡା, ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ୨୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୨୪,୬୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୮,୯୦,୭୭୮ ଜଣ ସୁସ୍ଥ ହୋଇଥିବା ବେଳେ ୨୯,୬୨୦ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୪,୨୪୮ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।