ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୧ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୮୦୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୬୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧ ଜଣ ରହିଥିବା ବେଳେ ବରଗଡ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୬ ଲେଖାଏଁ, ସମ୍ବଲପୁର, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦୁଝରରୁ ୪, କଟକ, ଢେଙ୍କାନାଳ, ନୟାଗଡରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ୪୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୩୫,୧୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୦୩,୧୭୮ ଜଣ ସୁସ୍ଥ ହୋଇଥିବା ବେଳେ ୨୭,୪୨୯ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୪,୪୧୫ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।