ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୫ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୨ହଜାର ୨୮୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୬୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪ ଜଣ ରହିଥିବା ବେଳେ ବରଗଡ଼, କେନ୍ଦୁଝର, ପୁରୀ ଜିଲାରୁ ୬ଜଣ ଲେଖାଏଁ ରହିଛନ୍ତି । ମୟୁରଭଞ୍ଜ, ଅନୁଗୁଳ ଜିଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଜିଲାରୁ ୪ଜଣ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ୫୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୩୯,୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୦୯,୬୩୯ ଜଣ ସୁସ୍ଥ ହୋଇଥିବା ବେଳେ ୨୫,୪୬୧ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୪,୫୩୪ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।