ରାଜ୍ୟରେ ବଢୁଛି ସଂକ୍ରମଣ, ସ୍ଥିତି ଉପରେ ତୀକ୍ଷଣ ନଜର ରଖାଯାଇଛି : ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର : ରାଜ୍ୟରେ ଗତ କିଛି ଦିନ ହେଲା କରୋନା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ଯାହାକୁ ନେଇ ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତ ରହିଛନ୍ତି । ବର୍ତ୍ତମାନର ସ୍ଥିତି ଉପରେ ତୀକ୍ଷଣ ନଜର ରଖାଯାଇଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ କହିଛନ୍ତି । ସେହିପରି କୋଭିଡ ସଂକ୍ରମଣ ବୃଦ୍ଧି ପାଉଛି । ସମଗ୍ର ଭାରତ ବର୍ଷର ବିଭିନ୍ନ ରାଜ୍ୟ ତୁଳନାରେ ଓଡ଼ିଶାର ସ୍ଥିତି ଭଲ ରହିଛି । ସରକାର ସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି । ସମସ୍ତ ହସ୍ପିଟାଲକୁ ପ୍ରସ୍ତୁତ ରହିବା ପାଇଁ ଆମେ ନିର୍ଦ୍ଦେଶ ଦିଆଯାଇଛି । ଅକ୍ସୀଜେନ,ବେଡ଼, ଆବଶ୍ୟକତା ଅନୁଯାୟୀ ମେଡ଼ିସିନ, ଭେଣ୍ଟିଲେଣ୍ଟର ମହଜୁଦ ରଖିବା ପାଇଁ ନିର୍ଦେଶ ଦିଆଯାଇଛି ।
ସେହିପରି ସୀମାବର୍ତ୍ତି ଜିଲ୍ଲା ଗୁଡିକର ଜିଲ୍ଲାପାଳ ମାନଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି । ଯେଉଁ ମାନେ ବାହାର ରାଜ୍ୟରୁ ଆସିବେ, ସେମାନଙ୍କର ସ୍କ୍ରିନିଂ କରାଯାଇ ଆଣ୍ଟିଜେନ ଟେଷ୍ଟ କରିବା ଲାଗି ମଧ୍ୟ କୁହାଯାଇଛି । ରାଜ୍ୟରେ ଟୀକା କରଣ ବ୍ୟାପକ ଭାବେ ଚାଲିଛି । ଅଟୋ ଡ୍ରାଇଭର, ମାଂସ ବିକାଳୀ, ହୋଟେଲ କର୍ମଚାରୀଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦିଆଯିବ । ରାଜ୍ୟକୁ ଆଉ ଟିକା ଦେବାକୁ କେନ୍ଦ୍ର ସରକାରଙ୍କ କହିଛୁ । ଟୀକା ପାଇଁ କୌଣସି ସମସ୍ୟା ରହିବ ନାହିଁ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ କହିଛନ୍ତି ।