ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୯ ମୃତ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୯୧୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସର୍ଵାଧିକ ୬୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬ ଜଣ ରହିଥିବା ବେଳେ ବାଲେଶ୍ୱରରୁ ୧୦ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବରଗଡରୁ ୫ଜଣ, ସୁନ୍ଦରଗଡରୁ ୪ଜଣ, ବଲାଙ୍ଗୀର, ଝାରସୁଗୁଡା, ରାୟଗଡା ଓ କନ୍ଧମାଳରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ନୂଆପଡା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୫ହଜାର ୩୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୬୩,୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୩୯,୧୬୦ ଜଣ ସୁସ୍ଥ ହୋଇଥିବା ବେଳେ ୧୯,୨୬୧ ଜଣ ସକ୍ରିୟ ମାମଲା ରହିଛି । ସେହିପାରି କରୋନାରେ ୫,୩୦୮ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।