ରାଜ୍ୟରେ ଆଉ ୧,୮୬୪ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଶନିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୮୬୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ହଜାର ୮୨ ଓ ସ୍ଥାନୀୟ ଅଞ୍ଚଳରୁ ୭୮୨ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୬୫ହଜାର ୭୧୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୬୯ ଜଣ ଥିବାବେଳେ ବାଲେଶ୍ୱରରୁ ୧୧୪ ଜଣ, ବରଗଡ଼ରୁ ୨୪ ଜଣ, ଭଦ୍ରକରୁ ୬୫ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୨୨୧ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୮୪ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୮୯ ଜଣ, ଯାଜପୁରରୁ ୧୦୭ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୫୯ ଜଣ, କେଉଁଝରରୁ ୪୪ ଜଣ, ଖୋର୍ଦ୍ଧାରୁ ୪୯୬ ଜଣ, କୋରାପୁଟରୁ ୭ ଜଣ, ମାଲକାନଗିରିରୁ ୧୨ ଜଣ, ମୟୁରଭଞ୍ଜରୁ ୫୭ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୬୬ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୫୯ ଜଣ, ରାୟଗଡ଼ାରୁ ୨୪ ଜଣ, ସମ୍ୱଲପୁରରୁ ୩୪ ଜଣ, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୫୬ ଓ ରାଜ୍ୟ ପୁଲରୁ ୧୦୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯ଲକ୍ଷ ୬୫ହଜାର ୭୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯ଲକ୍ଷ ୪୧ହଜାର ୨୦୪ ଜଣ ସୁସ୍ଥ ହୋଇଥିବା ବେଳେ ୧୯ହଜାର ୦୧୩ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୫୧୦୬୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।