ରାଜ୍ୟରେ ଆଉ ୧,୬୩୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଏବେ ଜୁଲାଇ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ସୋମବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଆଉ ୧ହଜାର ୬୩୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୪୯ ଓ ସ୍ଥାନୀୟ ଅଞ୍ଚଳରୁ ୬୮୮ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୬୯ହଜାର ୧୮୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୦୦ ଜଣ ଥିବାବେଳେ ବାଲେଶ୍ୱରରୁ ୫୭ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୭୧ ଜଣ, ବଲାଙ୍ଗୀରରୁ ୮ ଜଣ, ବୌଦ୍ଧରୁ ୯, କଟକରୁ ୨୫୦ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୫୦ ଜଣ, ଗଜପତିରୁ ୧୬ ଜଣ, ଗଞ୍ଜାମରୁ ୧୬ ଜଣ, ଜଗତସିଂହପୁରରୁ ୮୫ ଜଣ, ଯାଜପୁରରୁ ୮୦ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୩୬ ଜଣ, କେନ୍ଦ୍ରାପଡ଼ାରୁ ୭୬ ଜଣ, କେଉଁଝରରୁ ୧୮ ଜଣ, ଖୋର୍ଦ୍ଧାରୁ ୩୫୦ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୯ ଜଣ, ମୟୁରଭଞ୍ଜରୁ ୭୫ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ରୁ ୩୯ ଜଣ, ନୂଆପଡ଼ାରୁ ୧୪, ପୁରୀରୁ ୭୮ ଜଣ, ରାୟଗଡ଼ାରୁ ୧୪ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୧୧, ସୁନ୍ଦରଗଡ଼ରୁ ୬୧ ଓ ରାଜ୍ୟ ପୁଲରୁ ୭୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୬୯, ୧୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୪୫,୧୭୭ ଜଣ ସୁସ୍ଥ ହୋଇଥିବା ବେଳେ ୧୮,୩୮୧ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୬୫୬୨୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।