ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୬ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୩୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮ଜଣ ଥିବାବେଳେ କଟକ ଜିଲାରୁ ୧୦ଜଣ, ପୁରୀ ଜିଲାରୁ ୯ଜଣ, ମୟୁରଭଞ୍ଜ ଜିଲାରୁ ୬ଜଣ, ଅନୁଗୁଳ ଜିଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ନୟାଗଡ଼ ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୮୨,୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୬୨,୦୮୮ ଜଣ ସୁସ୍ଥ ହୋଇଥିବା ବେଳେ ୧୩,୮୭୨୫ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୬,୧୬୮ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।