ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୬ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୨୦୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯ଜଣ ଥିବାବେଳେ କଟକରୁ ୧୧ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଅନୁଗୋଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ବଲାଙ୍ଗୀର, ମୟୂରଭଞ୍ଜ ଓ ପୁରୀ ଜିଲାରୁ ୨ ଜଣେ ଲେଖାଏଁ, ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁର ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ୩୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୮୪,୭୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୬୫,୩୭୦ ଜଣ ସୁସ୍ଥ ହୋଇଥିବା ବେଳେ ୧୩,୦୦୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୬,୧୦୨ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।