ଦେଶରେ ଆଉ ୩୭,୫୯୩ କରୋନା ସଂକ୍ରମିତ ଚିହ୍ନଟ ଓ ୬୪୮ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାରରୁ କମ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ ଅଧିକ ରହିଛି। ଦୈନିକ ସଂକ୍ରମଣ ହାର ୨.୧୦% ଏବଂ ସାପ୍ତାହିକ ସଂକ୍ରମଣ ହାର ୧.୯୨% ରହିଥିବାବେଳେ ଆରୋଗ୍ୟ ହାର ୯୭.୬% ହୋଇଛି। ମଙ୍ଗଳବାର ସଂଧ୍ୟା ସୁଦ୍ଧା ମୋଟ ୫୧.୧୧ କୋଟି ନମୁନା ପରୀକ୍ଷା କରାଯାଇସାରିଛି। ସେହି ସମୟ ମଧ୍ୟରେ ୫୯.୫୫ କୋଟି ପାନ ଟିକା ଦିଆଯାଇଛି।
India reports 37,593 new #COVID19 cases, 34,169 recoveries and 648 deaths in the last 24 hrs, as per Health Ministry.
— ANI (@ANI) August 25, 2021
Total cases: 3,25,12,366
Total recoveries: 3,17,54,281
Active cases: 3,22,327
Death toll: 4,35,758
Total vaccinated: 59,55,04,593 (61,90,930 in last 24 hrs) pic.twitter.com/8Et8NkUhBb
ବୁଧବାର ଗତ ୨୪ଘଣ୍ଟାରେ ୩୭ହଜାର ୫୯୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୪୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୪ହଜାର୧୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୨୫ଲକ୍ଷ ୧୨ହଜାର ୩୬୬ କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୩୫ହଜାର ୭୫୮ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୧୭ଲକ୍ଷ ୫୪ହଜାର ୨୮୧ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୨୨ହଜାର ୩୨୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।