ରାଜ୍ୟରେ ଆଉ ୮୧୬ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଶୁକ୍ରବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୭୫ ଓ ସ୍ଥାନୀୟ ଅଞ୍ଚଳରୁ ୩୪୧ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୬ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪ହଜାର ୮୭୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୩ ଜଣ ଥିବାବେଳେ ବାଲେଶ୍ୱରରୁ ୪୬ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୯ ଜଣ, କଟକରୁ ୧୧୬ ଜଣ, ଦେବଗଡ଼ରୁ ୧୩ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୩୪ ଜଣ, ଯାଜପୁରରୁ ୩୧ ଜଣ, ଝାରସୁଗୁଡ଼ାରୁ ୧ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେଉଁଝରରୁ ୧୬ ଜଣ, ଖୋର୍ଦ୍ଧାରୁ ୨୯୧ ଜଣ, କୋରାପୁଟରୁ ୫ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୨୭ ଜଣ, ନୟାଗଡ଼ରୁ ୧୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ରାଜ୍ୟ ପୁଲରୁ ୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୦୪,୮୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୮,୮୫୪ ଜଣ ସୁସ୍ଥ ହୋଇଥିବା ବେଳେ ୮,୨୭୧ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୮,୦୭,୫୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।