ରାଜ୍ୟରେ ଆଉ ୬୯ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୩୮ଜଣ ଥିବା ବେଳେ ଜଗତସିଂହପୁରରୁ ୯, ଢେଙ୍କାନାଳରୁ ୬, ଯାଜପୁର, କେନ୍ଦ୍ରାପଡା ଓ ମୟୂରଭଞ୍ଜରୁ ୩ ଲେଖାଏଁ, ଅନୁଗୋଳ, ନବରଙ୍ଗପୁରରୁ ୨ ଲେଖାଏଁ, ଭଦ୍ରକ ଓ କେନ୍ଦୁଝରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୭ହଜାର ୬୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୦୪,୮୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୮,୮୮୪ ଜଣ ସୁସ୍ଥ ହୋଇଥିବା ବେଳେ ୮,୨୭୧ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୭ହଜାର ୬୯୭ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।