ଦେଶରେ ଆଉ ୪୪,୬୫୮ କରୋନା ସଂକ୍ରମିତ ଚିହ୍ନଟ ଓ ୪୯୬ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଥିବା ବେଳେ ଆଜି ପୁଣି ଏହା ପରି କରିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬୧,୨୨,୦୮,୫୪୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅଗଷ୍ଟ ୨୬ ତାରିଖ ସୁଦ୍ଧା ସମୁଦାୟ ୫୧,୪୯,୫୪,୩୦୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୨୪,୯୩୧ଟି ନମୁନା।
ଶୁକ୍ରବାର ଗତ ୨୪ଘଣ୍ଟାରେ ୪୪ ହଜାର ୬୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୯୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୨ହଜାର ୯୮୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୨୬ ଲକ୍ଷ ୦୩ହଜାର ୧୮୮କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୩୬ହଜାର ୮୬୧ ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୧୮ ଲକ୍ଷ ୨୧ହଜାର ୪୨୮ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୪୪ହଜାର ୮୯୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।