ଭୁୁବନେଶ୍ୱର : ୨୧୮ ପଜିଟିଭ୍ ଓ ୧୯୮ ସୁସ୍ଥ
ଭୁୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଂଚଳରୁ ଶନିବାର ଦିନ ଆଉ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ୫୬ ଜଣ କ୍ୱାରେଂଟାଇନ୍ ରୁ ରହିଥିବା ବେଳେ ୧୬୨ ଲୋକାଲ୍ କେସ୍ ରହିଛନ୍ତି । ଅପରପକ୍ଷରେ ୨୪ ଘଂଟାରେ ୧୯୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ଲୋକାଲ ମାମଲା ମଧ୍ୟରୁ ନୟାପଲ୍ଲୀ ରୁ ସର୍ବାଧିକ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶୈଳଶ୍ରୀବିହାରରୁ ୧୨ ଜଣ , ଚନ୍ଦ୍ରଶେଖରପୁର ରୁ ୧୧ ଜଣ , ଖଣ୍ଡଗିରିରୁ ୯ ଜଣ , ଝାରପଡାରୁ ୭ଜଣ, ସୁନ୍ଦରପଦା , ଗଜପତିନଗର ଓ ବିଜେବି ନଗରରୁ ୬ ଜଣ ଲେଖାଏଁ ,ମେଂଚଶ୍ୱର, ନୂଆଗାଁ ଓ ପ୍ରଶାନ୍ତିବିହାରରୁ ୫ ଜଣ ଲେଖାଏଁ , ୟୁନି୍ ୯ , ଫରେଷ୍ଟ ପାର୍କରୁ ୪ ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ବିଏମସିର ସୂଚନା ଅନୁଯାୟୀ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୬୭୧ କୁ ବୃଦ୍ଧି ପାଇଛି । ସେହିପରି ସୁସ୍ଥଙ୍କ ସଂଖ୍ୟା ୧୦୫୯୪୨ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ଏବେ ୩୬୯୪ ଜଣ ସକ୍ରିୟ ଆକ୍ରାନ୍ତଙ୍କର ଚିକିତ୍ସା ଜାରି ଥିବା ବେଳେ ମୃତକଙ୍କ ସଂଖ୍ୟା ୧୦୧୪ କୁ ବୃଦ୍ଧି ପାଇଛି ।