ରାଜ୍ୟରେ ଆଉ ୫୪୫ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୭୪ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଅଗଷ୍ଟରେ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ମଙ୍ଗଳବାର ୨୬ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୯ ଓ ସ୍ଥାନୀୟ ଅଞ୍ଚଳରୁ ୨୨୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୪ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୫ହଜାର ୩୦୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୭ ଜଣ ଥିବାବେଳେ ବାଲେଶ୍ୱରରୁ ୪୭ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧୦ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୭୩ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୩୭ ଜଣ, ଯାଜପୁରରୁ ୨୦ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୧ ଜଣ କେନ୍ଦ୍ରାପଡ଼ାରୁ ୧୦ ଜଣ, କେଉଁଝରରୁ ୩ ଜଣ, କୋରାପୁଟରୁ ୨ ଜଣ, ଖୋର୍ଦ୍ଧାରୁ ୨୧୮ ଜଣ, ମୟୁରଭଞ୍ଜରୁ ୧୪ ଜଣ, ନବରଙ୍ଗପୁରରୁ ୩ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୩ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ରାଜ୍ୟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୨୫,୩୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୧୧,୪୮୨ ଜଣ ସୁସ୍ଥ ହୋଇଥିବା ବେଳେ ୫,୫୮୭ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧,୯୮,୪୧,୮୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।