ଦେଶରେ ଆଉ ୨୦,୭୯୯ କରୋନା ସଂକ୍ରମିତ ଚିହ୍ନଟ ଓ ୧୮୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ଦୈନିକ ସଂକ୍ରମଣ ହାର ୨.୧୦% ଏବଂ ସାପ୍ତାହିକ ସଂକ୍ରମଣ ହାର ୧.୬୩% ରହିଛି । ଏଥିସହିତ କରୋନାରୁ ଆରୋଗ୍ୟ ହାର ୯୭.୮୯% ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି
ସୋମବାର ଗତ ୨୪ଘଣ୍ଟାରେ ୨୨ହଜାର ୮୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୮୦ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୨୬ହଜାର ୭୧୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୮ଲକ୍ଷ ୩୪ହଜାର ୭୦୨କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୮ହଜାର ୯୯୭ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୧ଲକ୍ଷ ୨୧ହଜାର ୨୪୭ଜଣ ସୁସ୍ଥ ହୋଇଥିବା ବେଳେ ୨ଲକ୍ଷ ୬୪ହଜାର ୪୫୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୦,୭୯,୩୨,୮୬୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୩,୪୬,୧୭୬ ଟିକା। ସେହିପରି ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୩ ସୁଦ୍ଧା ସମୁଦାୟ ୫୭,୪୨,୫୨,୪୦୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୯,୯୧,୬୭୬ଟି ନମୁନା।