୨୪ ଘଣ୍ଟା ମଧ୍ୟରେ ୫ରୁ ଉର୍ଦ୍ଧ୍ୱ ଜିଲାରେ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଧା, ଝାରସୁଗୁଡ଼ା ଓ କେନ୍ଦ୍ରପକ୍ଷା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି। ସେହିପରି ନଭେମ୍ବର ୧୩ରୁ ୧୪ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ସତର୍କ କରାଯାଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ସମ୍ବଲପୁରରେ ସର୍ବାଧିକ ୩୧.୭ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୬.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି। ନଭେମ୍ବର ୧୪ରୁ ୧୭ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ହାଲୁକା ବର୍ଷା ହେବା ସହିତ କାଳବୈଶାଖୀ ସମ୍ଭାବନା ଥିବା କୁହାଯାଉଛି।
#Warning for Day-1 & Day-2
— Meteorological Centre, Bhubaneswar (@mcbbsr) November 12, 2021
Day-3 To Day-5: Nil pic.twitter.com/KEZka0npRf
ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ବର୍ତ୍ତମାନ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାବାଦ୍ ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍ ଲାଇନ୍ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଲଗାଣ ବର୍ଷା ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) କାର୍ଯ୍ୟାଳୟ। ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ ଚିଠି କରିଛନ୍ତି ଏସ୍ଆରସି। ଲୋକମାନଙ୍କ ପାଖରେ ଯେମିତି ସତର୍କ ଖବର ପହଞ୍ଚିବ, ସେଥିପାଇଁ ବ୍ୟବସ୍ଥା କରିବାକୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି। କିଛି ଅଘଟଣ ଘଟିଲେ ତୁରନ୍ତ SRCଙ୍କ ଅଫିସକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବ। ୧୫ ତାରିଖ ବେଳକୁ ଏହା ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍ସଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହୋଇ ଅବପାତର ରୂପ ନେବ। ଯାହାର ପ୍ରଭାବରେ ୧୬ ଓ ୧୭ ତାରିଖରେ ଓଡ଼ିଶାରେ କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।