ବାରିପଦା ଆଇଟିଡିଏ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବାରିପଦା : ସରକାରୀ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା ସ୍ଥିତ ଆଇଟିଡିଏ କାର୍ଯ୍ୟାଳୟର ସହକାରୀ ଯନ୍ତ୍ରୀ ସନ୍ତୋଷ ଦାସଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଏକା ସାଙ୍ଗରେ ଭୁବନେଶ୍ୱର, ବାଲେଶ୍ବର ଓ ମୟୂରଭଞ୍ଜ ରେ ୧୧ଟି ସ୍ଥାନରେ ରେଡ କରିଛି ଭିଜିଲାନ୍ସ । ରେଡରେ ୧୧ ଡିଏସପିଙ୍କ ସମେତ ୪ ଇନସ୍ପେକ୍ଟର ଓ ୩୦ ଭିଜିଲାନ୍ସ କର୍ମଚାରୀ ସାମିଲ ଅଛନ୍ତି । ବାରିପଦା ସ୍ଥିତ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ଭଞ୍ଜପୁର ସ୍ଥିତ ବାସସ୍ଥାନ, ବାଲେଶ୍ଵର ଜିଲ୍ଲା ଭୋଗରାଇ ସ୍ଥିତ ପୈତୃକ ଘର ଓ ଭୁବନେଶ୍ବରରେ ମଧ୍ୟ ଚଢାଉ କରିଛି ଭିଜିଲାନ୍ସ ।
ତେବେ ଦୀର୍ଘ ଆଠ ବର୍ଷ ଧରି ଯନ୍ତ୍ରୀ ଗୋଟିଏ କାର୍ଯ୍ୟାଳୟରେ ଚାକିରି କରୁଥିବା ବେଳେ ବହୁ ଦୁର୍ନୀତିରେ ସଂପୃକ୍ତି ଥିବାର ପୂର୍ବରୁ ଖବର ମଧ୍ୟ ପ୍ରକାଶ ହୋଇଥିଲା । ଠିକାଦାରଙ୍କ ଜାଲ ଦସ୍ତଖତକୁ ନେଇ ଅନେକ ସମୟରେ ଟଙ୍କା ଉଠାଇ ନେଇଥିବାର ଠିକାଦାର ଅଭିଯୋଗ ଆଣିଥିଲେ। ଏହା ସହିତ ଜିଏସଟି ଠକେଇ ମାମଲାରେ ତଦନ୍ତ ଚାଲୁରହିଥିବାର ନଜିର ମଧ୍ୟ ରହିଛି ।