କରୋନା ସ୍ଥିତି ସାଙ୍ଘାତିକ : ଦେଶରେ ଆଉ ୩,୪୭,୨୫୪ ସଂକ୍ରମିତ ଚିହ୍ନଟ ଓ ୭୦୩ ମୃତ
ନୂଆଦିଲ୍ଲୀ : ଦେଶରେ କରୋନା ଭୂତାଣୁ ମାମଲା ଲଗାତର ବଢ଼ିବାରେ ଲାଗିଛି । ଏହାସହ କରୋନା ଚିନ୍ତା ବଢ଼ାଇବାରେ ଲାଗିଛି । ବିଗତ ଦୁଇ ଦିନ ଧରି ଦେଶରେ ୩ ଲକ୍ଷରୁ ଅଧିକ କୋରୋନା ମାମଲା ସାମ୍ନାକୁ ଆସୁଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଉଛି । ସେହିପରି କୋରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ମାମଲା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଦେଶରେ ବର୍ତ୍ତମାନ ସୁଦ୍ଧା ୯,୬୯୨ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇସାରିଛି । ଶୁକ୍ରବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ଲକ୍ଷ ୪୭ ହଜାର ୨୫୪ ନୂତନ କରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୦୩ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୫୧,୭୭୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୯୪,୭୭୪ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି । ବର୍ତ୍ତମାନ ସମୟରେ ଦେଶରେ ଦୈନିକ ପଜିଟିଭ୍ ରେଟ୍ ୧୭.୯୪ ପ୍ରତିଶତ ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୩ କୋଟି ୮୫ ଲକ୍ଷ ୬୫ ହଜାର ୯୨୭ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୩ କୋଟି ୬୦ ଲକ୍ଷ ୫୮ ହଜାର ୮୦୬ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୨୦ ଲକ୍ଷ ୧୮ ହଜାର ୮୨୫ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୮୮ ହଜାର ୩୯୬ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଜାନୁଆରୀ ୨୦ ପର୍ଯ୍ୟନ୍ତ ସାରା ଦେଶରେ ୧୬୦ କୋଟି ୪୩ ଲକ୍ଷ ୭୦ ହଜାର ୪୮୪ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୦ ଲକ୍ଷ ୪୯ ହଜାର ୭୭୯ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୭୧ କୋଟି ୧୫ ଲକ୍ଷ ୩୮ ହଜାର ୯୩୮ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଲକ୍ଷ ୩୫ ହଜାର ୯୧୨ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୧୬ ପ୍ରତିଶତରୁ ଅଧିକ ରହିଛି ।