ରାଜ୍ୟରେ ଆଉ ୨୦ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦ ଅତିକ୍ରମ କରୁଥିବା ବେଳେ ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଯାଜପୁରରୁ ସର୍ବାଧିକ ୪ ଜଣ, ଖୋର୍ଦ୍ଧା,ବାଲେଶ୍ୱର ଓ କେନ୍ଦ୍ରାପଡାରୁ ୩ ଲେଖାଏଁ, ମୟୁରଭଞ୍ଜରୁ ୨, ନବରଙ୍ଗପୁର ଓ କେନ୍ଦୁଝର ଜଣେ ଲେଖାଏଁ, ଜଗତସିଂହପୁର,କଟକ ଓ ଭଦ୍ରକରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୮୩୮ରେ ପହଞ୍ଚିଛି।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୪୫୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୨୫୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୫୧୪୩୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୨୯୩୮୪୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।