ରାଜ୍ୟରେ ଆଉ ୨୪ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ଧୀରେଧୀରେ କମିବାରେ ଲାଗିଛି । ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି । ଏହି ପରିପ୍ରେକ୍ଷୀରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୩୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ଜଣେ ଥିବାବେଳେ ବାଲେଶ୍ୱରରୁ ୬ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୨ଜଣ, ଭୁବନେଶ୍ୱରରୁ ୬ଜଣ, ଯାଜପୁରରୁ ୩ଜଣ, ଖୋର୍ଦ୍ଧାରୁ ଜଣେ, ମୟୁରଭଞ୍ଜରୁ ୨ଜଣ, ନବରଙ୍ଗପୁର ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୬୧୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୨୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୫୩୯୧୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୩୫୫୯୩୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।