କରୋନାରୁ ସୁସ୍ଥ ହେଉଛି ଓଡ଼ିଶା, ୨୪ ଘଣ୍ଟାରେ ଆଉ ୪୯୨ କୋଭିଡ୍ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ତଳମୁହାଁ ଧାରା ଜାରି ରହିଛି । ଫଳରେ ଦୈନିକ ସଂକ୍ରମଣ ମାମଲା ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୫ ଶହ ତଳକୁ ଖସି ଆସିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୮୯ ଜଣ ଚିହ୍ନଟ ହୋଇଥିବାବେଳେ ୨୦୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିଭଳି ଏହି ସଂକ୍ରମିତଙ୍କ ମଧ୍ୟରୁ ୧୨୨ ଜଣ ହେଉଛନ୍ତି ୧୮ ବର୍ଷରୁ କମ୍ ବୟସର ଶିଶୁ ଓ କିଶୋର । ଏହାକୁ ମିଶାଇ ରାଜ୍ୟର ମୋଟ କୋଭିଡ୍ ମାମଲା ୧୨,୮୨,୪୮୧କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୧୨,୬୭,୧୦୯ ଜଣ ସୁସ୍ଥ ହୋଇଥିବାବେଳେ ୬୩୦୮ ଜଣ ଚିକିତ୍ସାଧିନ ଅଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କରି ଏହି ତଥ୍ୟ ପ୍ରଦାନ କରିଛି ।
Covid-19 Report For 19th Feb
— I & PR Department, Odisha (@IPR_Odisha) February 20, 2022
New Positive Cases: 492
Of which 0-18 years: 122
In quarantine: 289
Local contacts: 203
(Details of local contacts will be shared by concerned District)
1. Angul: 3
2. Balasore: 9
3. Bargarh: 1
4. Bhadrak: 9
5. Balangir: 2
6. Boudh: 3
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲାରୁ ୩ ଜଣ ଥିବାବେଳେ ବାଲେଶ୍ୱରରୁ ୯ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧ ୩, କଟକରୁ ୩୨ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୫ ଜଣ, ଗଜପତିରୁ ୨୬, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୩୬ ଜଣ, ଝାରସୁଗୁଡ଼ାରୁ ୧୧ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧୨ ଜଣ, କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୪୫ ଜଣ, କୋରାପୁଟରୁ ୨୪ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୧୬ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪୫ ଜଣ, ସମ୍ୱଲପୁରରୁ ୩୮ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୯୬ ଜଣ ଓ ରାଜ୍ୟ ପୁଲରୁ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୨୪୮୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୩୦୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୬୭୧୦୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୮୨୬୧୧୬ସାମ୍ପୁଲ ଟେଷ୍ଟ୍ ହୋଇଛି ।