ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ : ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଗ୍ରାମ୍ୟ ପୂର୍ତ୍ତ ବିଭାଗର ଯନ୍ତ୍ରୀ
ବ୍ରହ୍ମପୁର : ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ଗ୍ରାମ୍ୟ ପୂର୍ତ୍ତ ବିଭାଗର ଇଲେକ୍ଟ୍ରିକାଲ ଡିଭିଜନର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀ । ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କର ଏକକାଳୀନ ୫ଟି ଠିକଣାରେ ଚଢ଼ାଉ କରିଛି ଭିଜିଲାନ୍ସ । ସେଠୀଙ୍କ ବାସଭବନ ସମେତ ଅଫିସ, ଗଜପତି ନଗରର ୨ଟି ବିଲ୍ଡିଂ, ଭୁବନେଶ୍ବର ଏମ୍ସ ନଗର ଓ ପୈତୃକ ଘର ଛତ୍ରପୁରରେ ଚଢାଉ ଜାରି ରହିଛି । ଏ ଯାଏ ୧୬ଲକ୍ଷ ଟଙ୍କା ନଗଦ ଜବତ ହୋଇଛି ।
ସୂଚନା ଯେ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଗ୍ରାମ୍ୟ ଉନ୍ନୟନ ବିଦ୍ୟୁତ ବିଭାଗ ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି । ବାସଭବନ ସମେତ ବିଭିନ୍ନ ସ୍ଥାନରେ ଏକାସାଙ୍ଗରେ ଚଢାଉ କରିଛି ଭିଜିଲାନ୍ସ । ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ ।