ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ତଦାରଖ ପାଇଁ ବିଧାନସଭା ଗୃହ କମିଟି ଗଠିତ
ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ତଦାରଖ ପାଇଁ ଗୁରୁବାର ଦିନ ବିଧାନସଭାର ଗୃହ କମିଟି ଗଠନ କରାଯାଇଛି । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏହି ୮ ଜଣିଆ କମିଟି ଗଠନ ହୋଇଛି । ବାଚସ୍ପତିଙ୍କ ବ୍ୟତୀତ ଏହି କମିଟିରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, କଂଗ୍ରେସ ବିଧାୟକ ନରସିଂହ ମିଶ୍ର, ବିଜେପି ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ବିଜେଡି ବିଧାୟକ ଦେବୀପ୍ରସାଦ ମିଶ୍ର ଓ ଅତନୁ ସବ୍ୟସାଚୀ ନାୟକ ସଦସ୍ୟ ରହିଛନ୍ତି ।