ତାତିରୁ ମିଳିବ ଆଶ୍ୱସ୍ତି ! ଆଜି ୯ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଗ୍ରୀଷ୍ମ ପ୍ରବାହରୁ ଲୋକଙ୍କୁ ମିଳିବ ସାମାନ୍ୟ ଆଶ୍ୱସ୍ତି। କାରଣ ରାଜ୍ୟର କିଛି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଆଜି ରାଜ୍ୟର କିଛି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବ । ସୋମବାର ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲାରେ ବର୍ଷା ହୋଇପାରେ ବୋଲି ବିଭାଗ ପୂର୍ବାନୁମାନ କରିଛି । ସେହିଭଳି ୫ରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ମୟୂରଭଞ୍ଜ ଜିଲାରେ ବର୍ଷା ସମ୍ଭାବନା ରହିଛି । ବାକି ସବୁ ଜିଲାରେ ପାଗ ପ୍ରାୟ ଶୁଖିଲା ରହିପାରେ। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କିଛି ଜିଲାରେ ବର୍ଷା ସମ୍ଭାବନା ପରେ ବି ରାଜ୍ୟରେ ଆଜି ଅଧିକ ଗ୍ରୀଷ୍ଣ ପ୍ରବାହ ଅନୁଭୂତ ହୋଇପାରେ । ପଶ୍ଚିମ ଓଡ଼ିଶାର ଜିଲାଗୁଡ଼ିକରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିପାରେ ।