ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତ ମୃତ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ମଙ୍ଗଳବାର ଗତ ୨୪ ଘଂଟା ମଧ୍ୟରେ ୮୨୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୫ ଜଣ,ରାୟଗଡ଼ାରୁ ୩ ଜଣ,ସୁନ୍ଦରଗଡ଼ ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, କଟକ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୦୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୪,୭୯,୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩,୯୭,୫୭୫ଜଣ ସୁସ୍ଥ ହୋଇଥିବା ବେଳେ ୭୧,୮୩୫ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୦୭୩ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।