ରାଜ୍ୟରେ କରୋନା ସଂକ୍ରମିତ ଆଉ ୧୬ ମୃତ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ଏବେ ଉପରମୁହାଁ । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ବୁଧବାର ଗତ ୨୪ ଘଂଟା ମଧ୍ୟରେ ୯୮୮୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪ ଜଣ, ଗଜପତି ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୨୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୪,୮୯,୬୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪,୧୦,୨୨୭ଜଣ ସୁସ୍ଥ ହୋଇଥିବା ବେଳେ ୭୭,୨୫୭ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୨୧୦୪ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।