ଜୁଲାଇ ଶେଷ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ୨ ଫଳ
ଭୁବନେଶ୍ବର: ଜୁଲାଇ ଶେଷ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ୨ ପରୀକ୍ଷା ଫଳ। ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଖାତାଦେଖା ପ୍ରକ୍ରିୟା । ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।
ପ୍ରଥମ ପର୍ଯ୍ୟାୟରେ ବିଜ୍ଞାନ ଏବଂ ବାଣିଜ୍ୟ ଫଳ ପ୍ରକାଶ ପାଇବ । ମାର୍କିଂ ପରେ ଟାବୁଲେଟିଂ କାର୍ଯ୍ୟ ଜାରି ରହିଛି । ତାର ସପ୍ତାହେ ପରେ କଳା ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଗତ ଏପ୍ରିଲ ୨୮ ତାରିଖରୁ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ମେ ୩୧ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ।