ଆଜିର ଭାଗ୍ୟଫଳ (ଶନିବାର, ୦୩ /୦୯/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ମେଷ- କର୍ତ୍ତବ୍ୟ ପରାୟଣ ହେବେ । ଉଚ୍ଚ ଆଶା ଫଳବତୀ ହେବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବେ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ପାରିବାରିକ ଜଞ୍ଜାଳ ବଢିଯିବ ।
ବୃଷ- ମାନସିକ ଭାରକ୍ରାନ୍ତ ହେବେ । କାର୍ଯ୍ୟ ସଂପାଦନରେ ବିଳମ୍ବ ହେବ । ଆୟ ଓ ବ୍ୟୟ ସମାନ ରହିବ । କୌଣସି ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ହୋଇପାରେ । ପାରିବାରିକ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।
ମିଥୁନ- ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାନ ଧର୍ମ ପ୍ରତି ମନ ବଳିବ । କର୍ମ କ୍ଷେତ୍ର ସହଜ ସରଳ ହେବ । ବ୍ୟବସାୟୀକ ଦୃଷ୍ଟିକୋଣରୁ ଦିନଟି ଅନୁକୂଳ । ଦୂରଯାତ୍ରା ସଫଳ ହେବ ।
କର୍କଟ- ଶରୀର ସୁସ୍ଥ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ବିବାହ ଭୋଜିରେ ଯୋଗଦେବେ । ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ଲାଭ କରିବେ । ଅକସ୍ମାତ ସୁସମ୍ବାଦ ପ୍ରାପ୍ତ ହେବ । ଅର୍ଥ ଓ ସମ୍ମାନ ମିଳିବ ।
ସିଂହ- ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଚୌର ଭୟ ରହିବ । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।
କନ୍ୟା- କାର୍ଯ୍ୟରେ ବାଧା ଉପୁଜିବ । ମାନସିକ ଅବସାଦ ଦେଖାଦେବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । କର୍ମ କ୍ଷେତ୍ରରେ ପ୍ରତିଯୋଗିତାପୂର୍ଣ୍ଣ ବାତାବରଣ ମିଳିବ । ସାମାନ୍ୟ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ଉପୁଜିପାରେ ।
ତୁଳା- ଦୃଢ ମନୋବଳ ଯୋଗୁଁ ପ୍ରତିଟି କାର୍ଯ୍ୟରେ ସଫଳ ହେବେ । ନିର୍ଦ୍ଦିଷ୍ଟ ସମୟ ପୂର୍ବରୁ କାର୍ଯ୍ୟ ସଂପାଦନ କରିବେ । ଆୟ ଉତ୍ତମ ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ବନ୍ଧୁ ସହଯୋଗ ପ୍ରାପ୍ତ ହେବ । ଅକସ୍ମାତ ଧନ ଲାଭର ସୂଚନା ମିଳୁଛି ।
ବିଛା- ଶରୀର ଆରୋଗ୍ୟ ରହିବ । ଆୟ ଉତ୍ତମ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ । ଖର୍ଚ୍ଚାନ୍ତ ହେବେ । ଦାମ୍ପତ୍ୟ ଜୀବନ ସୁଖ ବୋଧ ହେବ ।
ଧନୁ- କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଅବ୍ୟାହତ ରହିବ । ନୂତନ ଦ୍ରବ୍ୟ ଲାଭ ଯୋଗ ରହିଛି । ଉଚ୍ଚ ଆସା ସଫଳ ହେବ । ପାରିବାରିକ ଜୀବନ ଭୋଗବିଳାସରେ କଟିବ । ବ୍ୟସ୍ତତା ମଧ୍ୟେ ଦିନ କଟିବ । ସାମାଜିକ ପ୍ରତିଷ୍ଠା ଅକ୍ଷୂର୍ଣ୍ଣ ରହିବ ।
ମକର- ଦେହ ଓ ମନ ଭଲ ରହିବ । କର୍ମ ଚଞ୍ଚଳ ରହିବେ । ପ୍ରତ୍ୟେକ କାର୍ଯ୍ୟରେ ତତ୍ପରତା ଦେଖାଇବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଅକସ୍ମାତ୍ ଧନ ପ୍ରାପ୍ତିର ଯୋଗ ରହିଛି । ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ ।
କୁମ୍ଭ- ମନ ପ୍ରସନ୍ନ ରହିବ । ପ୍ରିୟଜନଙ୍କ ଠାରୁ ଶୁଭ ଖବର ମିଳିବ । ଲିଖନ ପଠନରେ ଅଧିକାଂଶ ସମୟ ବିତିବ । ଅନ୍ୟକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।
ମୀନ- ଜୀବନ ଆନନ୍ଦମୟ ହେବ । ମାନ ସମ୍ମାନ ମିଳିବ । ବନ୍ଧୁ ସହଯୋଗ ପ୍ରାପ୍ତ ହେବ । ଅକସ୍ମାତ ଧନ ଲାଭର ସୂଚନା ମିଳୁଛି । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବିଭିନ୍ନ ସୂତ୍ରରୁ ଆୟର ଯୋଗ ରହୁଛି ।