ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଜଣେ ଗିରଫ
ଜୟପୁର : ନାବାଳିକାକୁ ଦୁଷ୍କର୍ମ ହୋଇଥିବା ନେଇ ଜୟପୁର ମହିଳା ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ଜୟପୁର ସଦର ଥାନା ଅନ୍ତର୍ଗତ ଟାଙ୍କୁଆ ଅଂଚଳରୁ ଜଣକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ମୁରଲି ଖିଲ (୨୧) । ଜଣେ ନାବାଳିକାକୁ (୧୬) ଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ତଦନ୍ତରେ ଜାଣି ପୋଲିସ ଅଭିଯୁକ୍ତ କୁ ଗିରଫ କରି ଡାକ୍ତରି ମାଇନା କରି କୋର୍ଟ ଚାଲାଣ କରିଥିବା ମହିଳା ଥାନା ଅଧକାରି ମମତା ପାଣିଗ୍ରାହୀ ସୁଚନା ଦେଇଛନ୍ତି ।