ହକି ବିଶ୍ବକପ୍ ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ, ହକି ଜର୍ସି ଓ ରୂପାର ଅଶୋକ ଚକ୍ର ପ୍ରଦାନ
ଭୁବନେଶ୍ୱର : ଓଡ଼ିଶାରେ ଦ୍ୱିତୀୟଥର ପାଇଁ ପୁରୁଷ ହକି ବିଶ୍ୱକପ୍ ଆୟୋଜିତ ହେବ । ଜାନୁଆରୀ ୧୩ରୁ ୨୯ ମଧ୍ୟରେ ଭୁବନେଶ୍ୱର ଓ ରାଉରକେଲାରେ ମ୍ୟାଚ ଖେଳାଯିବ । ଏହି ଖୁସି ମୁହୂର୍ତ୍ତରେ ସାମିଲ ହେବା ପାଇଁ ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିମନ୍ତ୍ରଣ କରିଛନ୍ତି ।
ଏହିକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ପହଞ୍ଚି ନବୀନଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ନିମନ୍ତ୍ରଣ ପତ୍ର ସହ ହକି ଜର୍ସି ଓ ରୂପାର ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ଓଡ଼ିଶା ଆସି ହକି ମହାକୁମ୍ଭରେ ସାମିଲ ହେବାକୁ ରାଜ୍ୟ ପକ୍ଷରୁ ତାଙ୍କୁ ନିମନ୍ତ୍ରଣ କରାଯାଇଛି । ଏଥିପାଇଁ ଶ୍ରୀ ଚୌହାନ ନବୀନଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଶାରେ ହକି ମହାକୁମ୍ଭରେ ସାମିଲ ହେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।