ବାଲେଶ୍ୱରରେ ସ୍ଥାପନ ହେବ ବ୍ୟାଙ୍କ ନୋଟ୍ ପେପର ମିଲ୍, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପରିଚାଳନା ନିର୍ଦ୍ଦେଶକ
![](https://thetruths.in/wp-content/uploads/2022/07/bank-note-paper-mill-will-be-set-up-in-Balasore.jpg)
ଭୁବନେଶ୍ୱର : ବାଲେଶ୍ବରରେ ସ୍ଥାପନ ହେବ ବ୍ୟାଙ୍କ ନୋଟ ପେପର ମିଲ୍ । ଏ ନେଇ ବ୍ୟାଙ୍କ ନୋଟ ପେପର ଇଣ୍ଡିଆ ପକ୍ଷରୁ ଘୋଷଣା କରାଯାଇଛି । ବ୍ୟାଙ୍କ ନୋଟ ପେପର ଇଣ୍ଡିଆ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କମ୍ପାନିର ଓଡ଼ିଶା ପ୍ରକଳ୍ପ ସଂପର୍କରେ ତାଙ୍କୁ ଅବଗତ କରାଇଛନ୍ତି । ବାଲେଶ୍ବର ପ୍ରକଳ୍ପରେ କମ୍ପାନି ପ୍ରାୟ ୨୫୦୦ କୋଟି ଟଙ୍କା ନିବେଶ କରିବ । ଏହି ପ୍ରକଳ୍ପକୁ ଓଡ଼ିଶା ସରକାର ସବୁପ୍ରକାରର ସହାୟତା ଯୋଗାଇ ଦେବେ ବୋଲି ମଖ୍ୟମନ୍ତ୍ରୀ ତାଙ୍କୁ ଆଶ୍ବାସନା ପ୍ରଦାନ କରିଛନ୍ତି । ଏହି ଅବସରରେ ୫ଟି ସଚିବ ଭି.କେ.ପାଣ୍ଡିଆନ ଉପସ୍ଥିତ ଥିଲେ । ବ୍ୟାଙ୍କ ନୋଟ ପେପର ଇଣ୍ଡିଆ ହେଉଛି ଭାରତୀୟ ରିଜର୍ଭ ବ୍ୟାଙ୍କ ନୋଟ ମୁଦ୍ରଣ ପ୍ରାଇଭେଟ ଲିମିଟେଡର ଏକ ଯୌଥ ଉଦ୍ୟୋଗ ।
![](https://thetruths.in/wp-content/uploads/2022/07/bank-note-paper-mill-will-be-set-up-in-Balasore-1.jpg)
ସୂଚନା ଯେ, ଗତ ମଙ୍ଗଳବାର ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆରବିଆଇ)ର ତିନିଜଣିଆ ଟିମ୍ ବାଲେଶ୍ବର ଗସ୍ତରେ ଆସି ଜମି ଅନୁଧ୍ୟାନ କରି ଫେରିଥିଲେ। ରେମୁଣା ତହସିଲ ଅଧୀନ ଚଷାଖଣ୍ଡ ପଞ୍ଚାୟତ ପଦାବଡ଼ଗାଁ, ନରହରିପୁର ଓ ବାଉଁଶମୁହାଁ ଅଞ୍ଚଳରେ ଥିବା ସରକାରୀ ଓ ବେସରକାରୀ ଜମିକୁ ଅନୁଧ୍ୟାନ କରିଥିଲେ। ଏଥିରୁ ପଦାବଡ଼ଗାଁ ଓ ନରହରିପୁର ଅଞ୍ଚଳରେ ଥିବା ଜମିକୁ ଏହି ଟିମ୍ ପସନ୍ଦ କରିଥିବା ଜଣାଯାଇଛି।