ଗତ ୨୪ ଘଂଟାରେ ନୁଆପଡା ପୋଲିସ ଦ୍ୱାରା ୧୦.୫ ହଜାରରୁ ଅଧିକ ଟଙ୍କା ଜୋରିମାନା ଆଦାୟ
ନୁଆପଡା : ଗତ ୨୪ ଘଂଟା ମଧ୍ୟରେ ନୁଆପଡା ଜିଲ୍ଲା ପୋଲିସ ଜିଲ୍ଲାର ବିଭିିନ୍ନ ସ୍ଥାନରେ ଗାଡି ଚେକିଂ ବେଳେ ମୋଟର ଭେଇକିଲ ନିୟମକୁ ଅମାନ୍ୟ କରିବା ଅପରାଧରେ ଜିଲ୍ଲା ପୋଲିସ ସମୁଦାୟ ୧୦.୫ ହଜାର ଟଙ୍କା ଜୋରିମାନା ଆଦାୟ କରିଛି । ଏହା ସହିତ ଗାଡି ଚେକିଂ ବେଳେ ୧୦ ଜଣ ନିୟମ ଉଲଙ୍ଘନ କାରୀଙ୍କର ଡ୍ରାଇଭିଂ ଲାଇସେନ୍ସ କ୍ୟାନସେଲ କରାଯାଇଅଛି । ବୁଧବାର ମଦ ପାନ କରି ଗାଡି ଚଲାଉଥିବା ଅପରାଧରେ କୋଣସି ଲୋକ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇନାହଁ ବୋଲି ପୋଲିସ ପକ୍ଷରୁ ସୁଚନା ଦିଆଯାଇଛି । ଜିଲ୍ଲାରୁ ମଟର ଭେଇକିଲ ନିୟମ ଉଲଙ୍ଗନ ଅପରାଧରେ ୬ ଜଣଙ୍କଠାରୁ ଫାଇନ ଆଦାୟ କରାଯିବାସହ ୧୦.୫ ହଜାର ଟଙ୍କା ଆଦାୟ କରା ଯାଇଛିବୋଲି ଏ ସଂପର୍କରେ ନୁଆପଡା ପୋଲିସ୍ ଦ୍ୱାରା ଟ୍ୱିଟ କରି ସୂଚନା ଦିଆଯାଇଛି ।