ଭୁବନେଶ୍ୱର ଏମ୍ସ ପରିସରରେ ଖୋଲିବ ଅଗ୍ନିଶମ ସେବା କେନ୍ଦ୍ର

ଭୁବନେଶ୍ୱର : ଭୁବନେଶ୍ୱର ଏମ୍ ସ୍ ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି । ଏହି କେନ୍ଦ୍ର ରେ ଜଣେ ଷ୍ଟେସନ୍ ଅଫିସରଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି । ଏମସ୍ ପରି ଏକ ସ୍ୱର୍ଭାରତୀୟ ଚିକିତ୍ସା ପ୍ରତିଷ୍ଠା ର ଅଗ୍ନି ନିରାପତା କୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।
ସାରା ରାଜ୍ୟରେ ବର୍ତ୍ତମାନ ୩୩୮ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି। ତେବେ ଭୁବନେଶ୍ବର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ) ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା କରାଯିବା ନେଇ ପ୍ରସ୍ତାବ ରହିଥିଲା। ଯାହା ଭୁବନେଶ୍ବର ଏମ୍ସ ଭଳି ସର୍ବଭାରତୀୟ ଚିକିତ୍ସା ପ୍ରତିଷ୍ଠାନର ଅଗ୍ନି ନିରାପତ୍ତାକୁ ସୁଦୃଢ଼ କରିବ ପାଇଁ କୁହାଯାଇଥିଲା। ଏହି ପରିପ୍ରେକ୍ଷିରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ) ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି। ଏହି କେନ୍ଦ୍ର ରେ ଜଣେ ଷ୍ଟେସନ ଅଫିସରଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ। ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି। ଭୁବନେଶ୍ବର ଏମ୍ସ ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନର ଅଗ୍ନି ନିରାପତ୍ତାକୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ଯେ କଟକ ଏସସିବି ମେଡିକାଲ କଲେଜ, ବ୍ରହ୍ମପୁର ଏମେକସିଜି ମେଡିକାଲ କଲେଜ ଏବଂ ବୁର୍ଲା ଭିମସାର ରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି । ସାରା ରାଜ୍ୟରେ ବର୍ତମାନ ୩୩୮ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି ।