ପୋଲିସ ଏନକାଉଣ୍ଟରରେ ଜଣେ ହାର୍ଡ଼କୋର ମାଓବାଦୀ ମୃତ
![](https://thetruths.in/wp-content/uploads/2022/01/Police-Encounter.jpg)
ମାଲକାନଗିରି : ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲାରେ ଏନକାଂଟର । ପୋଲିସ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଘଟଣା ସ୍ଥଳରୁ ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।
ସୂଚନା ଯେ, ନାରାୟଣପୁର ଜଙ୍ଗଲରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିଲା । ଜଙ୍ଗଲରେ ପୋଲିସ କୁମ୍ବିଂ ଅପରେସନ କରୁଥିବା ଦେଖି ମାଓବାଦୀମାନେ ଗୁଳି ଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ପୋଲିସ । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲେ । ଶେଷରେ ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରୁ ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରଣ ସାମଗ୍ରୀ ଜବତ ହୋଇଛି । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି ।