ଯାଜପୁରରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ
ଯାଜପୁର : ପୂର୍ବାହ୍ନରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ଯାଜପୁର ଜିଲ୍ଲାପାଳ ଚଳ୍ରୱର୍ତ୍ତୀ ସିଂହ ରାଠୋର ଅଧ୍ୟକ୍ଷତା କରିବା ସହ କହିଲେ ଯେ, ଅଭିଯୋଗ ଏବଂ ସମସ୍ୟାର ସମାଧାନ ହେଊଚ୍ଥି ଜିଲ୍ଲା ପ୍ରଶାସନର ଅଂଶ ବିଶେଷ । ଅଭିଯୋଗ ଶୁଣାଣି ପ୍ରକ୍ରିୟାର ଉଦ୍ଦେଶ୍ୟ ହେଉଚ୍ଥି ଲୋକମାନଙ୍କ ସମସ୍ୟା ଗୁଡିକୁ ତ୍ୱରିତ ସମାଧାନ କରି ପରିଚାଳନାରେ ସ୍ଥିରତା, ସ୍ୱଚ୍ଚ୍ଥତା ଏବଂ ନ୍ୟାୟକୁ ଉତ୍ସାହିତ କରିବା । ପଂଳରେ ପ୍ରଶାସନ ଜନସାଧାରଣଙ୍କ ନିକଟରେ ଉତ୍ତରଦାୟୀ ହେବାସହ ଏକ ଦକ୍ଷ ଓ ପ୍ରଭାବଶାଳୀ ଅଭିଯୋଗ ସମାଧାନ ପ୍ରଣାଳୀ ପ୍ରତିଷ୍ଠା ହୋଇପାରିବ ବୋଲି ସେ କହିଥିଲେ । ଏହି ଶିବିରରେ ଆବାସ ଯୋଜନା, ଭତ୍ତା ପ୍ରଦାନ, ଚିକିତ୍ସାସହାୟତା, ଜମିଜମା ସମ୍ୱନ୍ଧୀୟ, ଇତ୍ୟାଦି ସଂପର୍କରେଏହି ଅଭିଯୋଗ ଗୁଡିକ ପଞ୍ଜିକୃତ ହୋଇଥିଲା । ଏହି ଶୁଣାଣିରେ ମୋଟ ୮୬ଗୋଟି ଅଭିଯୋଗ ମଧ୍ୟରୁ ୭୮ ଗୋଟି ବ୍ୟକ୍ତିଗତ, ୧୭ଗୋଟି ରେଡକ୍ରସ ସହାୟତା ପାଇଁ ଓ ମୁଖ୍ୟମନ୍ତ୍ରୀ ରିଲିପଂ ପାଣ୍ଠି ରୁସହାୟତା ପାଇଁ ୧୪ ଗୋଟି, ସାମୁହିକ ୮ଗୋଟି ଆବେଦନ ପତ୍ରମିଳିଥିଲା । ତତ୍କ୍ଷଣାତ୍ ୪୧ଗୋଟି ଆବେଦନର ସମାଧାନ କରାଯାଇଥିଲା । ଅବଶିଷ୍ଟ ଅଭିଯୋଗର ସମାଧାନ କର୍ତ୍ତୃପକ୍ଷ ଅଧିକାରୀମାନଙ୍କ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଗଲା । ପ୍ରକାଶ ଥାଊକି, ଜାନୁୟାରୀ ମାସ ୯ତାରିଖ ସୋମବାର କୋରାଇ ବ୍ଲକ କାର୍ଯ୍ୟାଳୟଠାରେ, ୧୬ ତାରିଖ ସୋମବାର ଧର୍ମଶାଳା ବ୍ଳକ କାର୍ଯ୍ୟାଳୟଠାରେ, ୨୪ ତାରିଖ ମଙ୍ଗଳବାର ଦାନଗଦୀ ବ୍ଲକ କାର୍ଯ୍ୟାଳୟଠାରେ ଏବଂ ୩୦ତାରିଖ ସୋମବାରର ସୁଲପୁର ବ୍ଲକ କାର୍ଯ୍ୟାଳୟଠାରେ ଦିବା ୧୦ ଘଟିକାଠାରୁ ଅପରାହ୍ନ ୨ ଘଟିକା ପର୍ଯ୍ୟନ୍ତ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହେବ ବୋଲି ଜିଲ୍ଲାପାଳ ଚକ୍ରୱର୍ତ୍ତୀ ସିଂହ ରାଠୋର ବିଭାଗୀୟ ପତ୍ର ମାଧ୍ୟମରେ ଅବଗତ କରାଇଚ୍ଥନ୍ତି । ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଅକ୍ଷୟ କୁମାର ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ଦୁଃଖବନ୍ଧୁ ନାୟକ, ଜିଲ୍ଲା ପରିଷଦର ମୁଖ୍ୟଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ନାରାୟଣ ଚନ୍ଦ୍ର ବାରିକ, ଉପ-ଜିଲ୍ଲାପାଳ ଗୋପିନାଥ କୁଅଁର, ଯାଜପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳ, ଯାଜପୁର ବି.ଡି.ଓ. ସୈାରଭ ଚକ୍ରବର୍ତ୍ତୀ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ତଥା ଜନ ସ୍ୱାସ୍ଥ୍ୟ ଅଧିକାରୀଡା. ସୁଧାଂଶୁ ଶେଖର ବଳ, ଯାଜପୁର ପୈାରାଧିକାରୀ ସୂର୍ଯ୍ୟମଣି ପାଟଯୋଶୀ, ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଅଧିକାରୀ ତିଳୋତ୍ତମା ପୃଷ୍ଟି ଓ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।