ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ, ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ
ଭୁବନେଶ୍ୱର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ । ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ । ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ । ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ ।
ସୂଚନା ଯେ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଚାଲିଛି । ଏକାସାଙ୍ଗେ ୭ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ- ଭୁବନେଶ୍ୱରର ୪ଟି ସ୍ଥାନ, ଗଞ୍ଜାମର ୨ଟି ସ୍ଥାନ ଏବଂ ମୟୁରଭଞ୍ଜର ଗୋଟିଏ ସ୍ଥାନ ରହିଛି । ତେବେ ଭିଜିଲାନ୍ସ ପକ୍ଷରୁ ହେଉଥିବା ଏହି ଚଢାଉରେ ୫ଜଣ ଡିଏସ୍ପି, ୧୨ଜଣ ଇନସ୍ପେକ୍ଟର ସାମିଲ ଅଛନ୍ତି । ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ ସବିଶେଷ ତଥ୍ୟ ହାସଲ ହୋଇନାହିଁ ।