ଦେଶରେ ଆଉ ୧,୩୩୫ କରୋନା ସଂକ୍ରମିତ ଓ ୫୨ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ମୃତ୍ୟୁ ସଂଖ୍ୟାରେ ମଧ୍ୟ ଲାଗିଛି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦେଢ଼ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧ଶହ ତଳକୁ ରହିଛି ମୃତ୍ୟୁ ସଂଖ୍ୟା ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୩୩୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୨ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୨୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୨୫,୭୭୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୫୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୧,୧୮୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୯୧୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୯୦,୯୨୨। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୩୬୭୨।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୪,୩୧,୮୯,୩୭୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୯୭,୭୦,୯୫୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୬,୦୬,୦୩୬ଟି ନମୁନା।