ରାଜ୍ୟରେ ଆଉ ୧୭୯ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୭୯ ନୂଆ କରୋନା ସଂକ୍ରମିତ । ଏମାନଙ୍କ ମଧ୍ୟରେ ୩୦ ଜଣ ୧୮ ବର୍ଷରୁ କମ ବୟସ୍କ । ସଙ୍ଗରୋଧରୁ ୧୦୫ ଓ ସ୍ଥାନୀୟ ଅଞ୍ଚଳରୁ ୭୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୬୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଅନୁଗୁଳ ଜିଲାରୁ ଜଣେ ଥିବାବେଳେ ବାଲେଶ୍ଵରରୁ ୪,ବରଗଡ଼ରୁ ୪, ଭଦ୍ରକରୁ ୧, ବଲାଙ୍ଗିରରୁ ୨, ବୈ।ଦ୍ଧରୁ ୧, କଟକରୁ ୮, ଦେବଗଡ଼ରୁ ୩, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୪, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧, କନ୍ଧମାଳରୁ ୪, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୩୬, କୋରାପୁଟରୁ ୧, ମୟୂରଭଞ୍ଜରୁ ୬, ନବରଙ୍ଗପୁରରୁ ୧୮, ନୟାଗଡ଼ରୁ ୧୪, ନୂଆପଡ଼ାରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୁରୀ ଜିଲ୍ଲାରୁ ୬, ରାୟଗଡ଼ାରୁ ୩, ସମ୍ବଲପୁରରୁ ୪, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୨୭ ଓ ଷ୍ଟେଟ ପୁଲରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଏବେ ସକ୍ରିୟ ମାମଲା ୧ ହଜାର ୭୨୩ ରହିଛି।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୬୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୨୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୧୭୬୮୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୨୪୫୬୬୩ସାମ୍ପୁଲ ଟେଷ୍ଟ୍ ହୋଇଛି ।