ଖାରକିଭ୍ରୁ ଉଦ୍ଧାର ହେଲେ ଆଉ ୬୫ ଓଡ଼ିଆ ଛାତ୍ରଛାତ୍ରୀ
ସ୍ୱତନ୍ତ୍ର ବସ୍ ଯୋଗେ ଉଦ୍ଧାର କରି ଆଣିଲେ ରାଜ୍ୟ ସରକାର
ଭୁବନେଶ୍ୱର: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ୯ମ ଦିନରେ ପହଂଚିଛି । ବର୍ତମାନ ସୁଦ୍ଧା ୟୁକ୍ରେନ ରାଜଧାନୀ କିଭ୍ ସମେତ ଦ୍ୱିତୀୟ ବୃହତ ସହର ଖାରକିଭ୍ ଏବଂ ଅନ୍ୟାନ୍ୟ ସହର ପରେ ରୁଷିଆର ବୋମାମାଡ ଜାରି ରହିଥିବା ବେଳେ ପ୍ରାୟ ୧୦ଟି ସହର ଧ୍ୱଂସସ୍ତୁପରେ ପରିଣତ ହୋଇଛି । ଏହାରି ମଧ୍ୟରେ ଯୁଦ୍ଧ ଅଂଚଳ ଖାରକିଭ୍ ଓ ପେସୋଚିନ ରେ ବର୍ତମାନ ସୁଦ୍ଧା ଫସି ରହିଯାଇଥିବା ଆହୁରି ଅନେକ ଓଡିଆ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମକୁ ଜୋରଦାର କରିଛନ୍ତି । ଖାରକିଭ୍ ଓ ପିସୋଚିନ୍ ଅଂଚଳରେ ଥିବା ଛାତ୍ରଛାତ୍ରୀ ଗତ ତିନି ଦିନ ଧରି ଅଟକି ରହି ଭୀଷଣ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କୁ ରାଜ୍ୟ ସରକାର ଦୁଇଟି ସ୍ୱତନ୍ତ୍ର ବସ୍ ଯୋଗେ ନିରାପଦ ଭାବେ ପଶ୍ଚିମ ୟୁକ୍ରେନ ସୀମାକୁ ଆଣିବା ପାଇଁ ସଫଳ ହୋଇଛନ୍ତି । ସେ ଅଂଚଳରେ ଥିବା ସବୁ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ବିମାନ ଯୋଗେ ଭାରତକୁ ଆଣିବା ପାଇଁ ପ୍ରକ୍ରିୟା ଜାରି ରହିଛି । ଏ ପର୍ଯ୍ୟନ୍ତ ୧୯୯ ଛାତ୍ରଛାତ୍ରୀ ନିରାପଦ ରେ ଭାରତରେ ପହଂଚି ସାରିଛନ୍ତି ।
ଯୁଦ୍ଧ ଅଂଚଳ ଖାରକିଭ୍ ଓ ପେସୋଚିନରେ ବର୍ତମାନ ସୁଦ୍ଧା ଫସି ରହିଯାଇଥିବା ଆହୁରି ଅନେକ ଓଡିଆ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ରାଜ୍ୟ ସରକାର ତାଙ୍କର ଉଦ୍ୟମକୁ ଜୋରଦାର କରିଛନ୍ତି । ଖାରକିଭ୍ ଓ ପିସୋଚିନ୍ ଅଂଚଳରେ ଥିବା ଛାତ୍ରଛାତ୍ରୀ ଗତ ତିନି ଦିନ ଧରି ଅଟକି ରହି ଭୀଷଣ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କୁ ରାଜ୍ୟ ସରକାର ଦୁଇଟି ସ୍ୱତନ୍ତ୍ର ବସ୍ ଯୋଗେ ନିରାପଦ ଭାବେ ପଶ୍ଚିମ ୟୁକ୍ରେନ ସୀମାକୁ ଆଣିବା ପାଇଁ ସଫଳ ହୋଇଛନ୍ତି । ସେ ଅଂଚଳରେ ଥିବା ସବୁ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରି ବିମାନ ଯୋଗେ ଭାରତକୁ ଆଣିବା ପାଇଁ ପ୍ରକ୍ରିୟା ଜାରି ରହିଛି । ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ହେବାରୁ ଏ ପର୍ଯ୍ୟନ୍ତ ୧୯୯ ଜଣ ଛାତ୍ରଛାତ୍ରୀ ନିରାପଦରେ ଭାରତରେ ପହଂଚି ସାରିଛନ୍ତି । ସବୁ ଓଡ଼ିଆ ପିଲାଙ୍କୁ ନିରାପଦ ଭାବରେ ଉଦ୍ଧାର କରିବା ପାଇଁ ଓଡ଼ିଶା ସରକାର ଉଦ୍ୟମ ଜାରି ରଖିଛନ୍ତି । ନୂଆଦିଲ୍ଲୀସ୍ଥିତ ରେସିଡେଂଟ କମିସନର ଅଫିସ୍ ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ରକ୍ଷା କରୁଛନ୍ତି । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ୟୁକ୍ରେନ ସୀମା ସଂଲଗ୍ନ ୪ଟି ଦେଶ (ପୋଲାଣ୍ଡ, ହଙ୍ଗେରି, ରୋମାନିଆ ଓ ସ୍ଲୋଭାକିଆ) ପାଇଁ ୪ ଜଣ ସ୍ୱତନ୍ତ୍ର ପ୍ରତିନିଧିଙ୍କୁ ସମନ୍ୱୟ ରଖିବା ପାଇଁ ଦାୟିତ୍ୱ ଦେଇଛନ୍ତି ।