ମାଡ଼ି ଆସୁଛି ଆଉ ଏକ ଲଘୁଚାପ, ୧୨ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
![](https://thetruths.in/wp-content/uploads/2023/08/Rain-1024x742.jpeg)
New Delhi: Vehicles ply on a road amid rainfall, in New Delhi ,on Saturday, August 05, 2023.(IANS/Anupam Gautam)
ଭୁବନେଶ୍ୱର : ରାଜ୍ୟରେ ବର୍ଷା ଭଲ ଭାବେ ଥମି ନଥିବା ବେଳେ ପୁଣି ମାଡ଼ି ଆସୁଛି ଆଉ ଏକ ଲଘୁଚାପ । ଏ ନେଇ ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି ଯାହାକି ରାଜ୍ୟରେ ଦେଖାଦେଇଥିବା ୧୧% ନିଅଣ୍ଟ ବର୍ଷା ସ୍ଥିତି କିଛି ମାତ୍ରାରେ ଭରଣା ହୋଇପାରିବ ଆଶା କରାଯାଉଛି। ୧୨ ଓ ୧୯ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ତେଣୁ ଆସନ୍ତା ୧୨ ତାରିଖରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି।
ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଆସନ୍ତା ୧୨ ଓ ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଦୁଇଟି ଯାକ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ଯାଗୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୩ ରୁ ୧୫ ମଧ୍ୟରେ ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଏହା ସେପ୍ଟେମ୍ବର ୧୬ ତାରିଖ ବେଳକୁ ହ୍ରାସ ପାଇବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ସେପ୍ଟେମ୍ବର ୧୩ ରୁ ୧୫ ମଧ୍ୟରେ ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଏହା ସେପ୍ଟେମ୍ବର ୧୬ ତାରିଖ ବେଳକୁ ହ୍ରାସ ପାଇବ।